ଖୁବ୍‌ଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ । ନୀତିନ ନବୀନଙ୍କ ଗସ୍ତକୁ ନେଇ ଆସନ୍ତା ମଙ୍ଗଳବାର ଦିନ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବଡ଼ ବୈଠକ । ପୂର୍ବାହ୍ନ ସମୟରେ ବସିପାରେ ବୈଠକ । ରାଜ୍ୟ ବରିଷ୍ଠ ନେତା, ବିଜେପିର ରାଜ୍ୟ ପଦାଧିକାରୀ, ଜିଲ୍ଲା ପଦାଧିକାରୀ, ମଣ୍ଡଳ ସଭାପତି, ମଣ୍ଡଳ ସାଧାରଣ ସମ୍ପାଦକ, ତଥା ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ ଯୋଗ ଦେବେ ।